ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ
ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ
प्रविष्टि तिथि:
29 APR 2026 11:25PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।
ଏହି ଦୁର୍ଘଟଣାରେ ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।
ଶ୍ରୀ ମୋଦୀ ଘୋଷଣା କରିଥିଲେ ଯେ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ପ୍ରତ୍ୟେକଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଦାନ କରାଯିବ ଏବଂ ଆହତମାନଙ୍କୁ ୫୦,୦୦୦ ଲେଖାଁଏ ଟଙ୍କା ପ୍ରଦାନ କରାଯିବ।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"ମଧ୍ୟପ୍ରଦେଶର ଧାରରେ ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଖବର ଶୁଣି ଗଭୀର ଦୁଃଖିତ। ଯେଉଁମାନେ ଏହି ଦୁର୍ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।
ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ।’’
HS
(रिलीज़ आईडी: 2260111)
आगंतुक पटल : 24
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Assamese
,
Punjabi
,
Gujarati
,
Telugu
,
Kannada
,
Malayalam