ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଇରାକର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଲି ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
16 MAY 2026 1:35PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇରାକ୍ର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଫାଲିହ କାଧିମ ଅଲ-ଜୈଦୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଭାରତ ଇରାକ ସହିତ ନିଜର ଦୀର୍ଘକାଳୀନ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଗୁରୁତ୍ୱ ଦେଇଥାଏ ଏବଂ ସମସ୍ତ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୃଢ଼ ଭାବେ ପ୍ରତିବଦ୍ଧ।
ଶ୍ରୀ ମୋଦୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
"ଇରାକର ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିଥିବାରୁ ଅଲି ଫାଲିହ କାଧିମ ଅଲ-ଜୈଦୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ।
ଭାରତ ଇରାକ ସହିତ ନିଜର ଦୀର୍ଘସ୍ଥାୟୀ ଏବଂ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କକୁ ଗୁରୁତ୍ୱ ଦେଇଥାଏ ଏବଂ ସମସ୍ତ କ୍ଷେତ୍ରରେ ଆମର ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ସୁଦୃଢ଼ କରିବା ଲାଗି ଦୃଢ଼ ଭାବେ ପ୍ରତିବଦ୍ଧ।
ମୁଁ ତାଙ୍କୁ ମୋର ଶୁଭେଚ୍ଛା ଜଣାଉଛି ଏବଂ ଆମ ଦୁଇ ରାଷ୍ଟ୍ରର ସହଭାଗୀ ପ୍ରଗତି ଏବଂ ସମୃଦ୍ଧି ପାଇଁ ମିଳିତ ଭାବେ କାର୍ଯ୍ୟ କରିବାକୁ ଅପେକ୍ଷା କରିଛି ।’’
HS
(ରିଲିଜ ଆଡି: 2261905)
ପରିଦର୍ଶକ କାଉଣ୍ଟର : 5
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Manipuri
,
Bengali
,
Bengali-TR
,
Assamese
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam