ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପୱନ କଲ୍ୟାଣଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
10 MAY 2026 9:50PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପୱନ କଲ୍ୟାଣଙ୍କ ବାସଭବନକୁ ଯାଇ ତାଙ୍କୁ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ ଭେଟିଛନ୍ତି।
ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ପୱନ କଲ୍ୟାଣଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଥିଲେ ଏବଂ ତାଙ୍କ ଉତ୍ତମ ସ୍ୱାସ୍ଥ୍ୟ ପାଇଁ ଶୁଭେଚ୍ଛା ଜଣାଇଥିଲେ।
'ଏକ୍ସ "ରେ ଏକ ପୋଷ୍ଟରେ ଏହି ଗସ୍ତ ସମ୍ପର୍କରେ ବିସ୍ତୃତ ସୂଚନା ଦେଇ ପ୍ରଧାନମନ୍ତ୍ରୀ କହିଛନ୍ତି:
"ଆନ୍ଧ୍ର ପ୍ରଦେଶର ଉପମୁଖ୍ୟମନ୍ତ୍ରୀ ଶ୍ରୀ ପୱନ କଲ୍ୟାଣ ଗାରୁଙ୍କ ବାସଭବନକୁ ଯାଇ ତାଙ୍କୁ ଏବଂ ତାଙ୍କ ପରିବାରକୁ ଭେଟିଥିଲି। ପୱନ କଲ୍ୟାଣ ଗାରୁଙ୍କ ସୁସ୍ଥତା ବିଷୟରେ ପଚାରି ବୁଝିଥିଲି ଏବଂ ତାଙ୍କର ଉତ୍ତମ ସ୍ୱାସ୍ଥ୍ୟ କାମନା କରିଥିଲି।’’
HS
(रिलीज़ आईडी: 2268468)
आगंतुक पटल : 7
इस विज्ञप्ति को इन भाषाओं में पढ़ें:
English
,
Urdu
,
हिन्दी
,
Bengali
,
Assamese
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam