ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 03 JUN 2026 6:42PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା ଜଣାଇଥିଲେ।

ଜନସାଧାରଣଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର କର୍ଣ୍ଣାଟକ ସରକାରଙ୍କ ସହ ଘନିଷ୍ଠ ଭାବେ କାର୍ଯ୍ୟ କରିବେ ବୋଲି ପ୍ରଧାନମନ୍ତ୍ରୀ ଦୃଢ଼ୋକ୍ତି ପ୍ରକାଶ କରିଥିଲେ।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

"କର୍ଣ୍ଣାଟକର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଥିବାରୁ ଶ୍ରୀ ଡି. କେ. ଶିବକୁମାର ଜୀଙ୍କୁ ଅଭିନନ୍ଦନ। ତାଙ୍କ କାର୍ଯ୍ୟକାଳ ପାଇଁ ଶୁଭେଚ୍ଛା। ଲୋକଙ୍କ କଲ୍ୟାଣ ପାଇଁ କେନ୍ଦ୍ର ସରକାର କର୍ଣ୍ଣାଟକ ସରକାରଙ୍କ ସହ ମିଶି କାର୍ଯ୍ୟ କରିବେ।’’

HS


(रिलीज़ आईडी: 2268768) आगंतुक पटल : 6
इस विज्ञप्ति को इन भाषाओं में पढ़ें: Bengali , English , Urdu , Urdu , Marathi , हिन्दी , Bengali-TR , Assamese , Manipuri , Punjabi , Gujarati , Tamil , Telugu , Kannada , Malayalam