ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋଲକାତାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 25 JUN 2026 11:13AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। 

ଶ୍ରୀ ମୋଦୀ ଆଶ୍ୱାସନା ଦେଇଛନ୍ତି ଯେ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଦିନରାତି କାର୍ଯ୍ୟ କରୁଛନ୍ତି। 

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି। 

ଶ୍ରୀ ମୋଦୀ 'ଏକ୍ସ ’ରେ ପୋଷ୍ଟ କରିଛନ୍ତି; 

‘‘ଗତକାଲି କୋଲକାତାରେ ଘଟିଥିବା ଦୁର୍ଘଟଣା ଅତ୍ୟନ୍ତ ଦୁଃଖଦାୟକ। ଏହି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଲେଖାଁଏ ଟଙ୍କା ଦିଆଯିବ। ପ୍ରଭାବିତ ଲୋକମାନଙ୍କୁ ଯେପରି ସମସ୍ତ ସମ୍ଭାବ୍ୟ ସହାୟତା ମିଳିପାରିବ, ତାହା ସୁନିଶ୍ଚିତ କରିବା ପାଇଁ ରାଜ୍ୟ ସରକାର ଦିନରାତି କାର୍ଯ୍ୟ କରୁଛନ୍ତି ।’’

HS


(रिलीज़ आईडी: 2278082) आगंतुक पटल : 6
इस विज्ञप्ति को इन भाषाओं में पढ़ें: Malayalam , English , Urdu , Marathi , हिन्दी , Manipuri , Bengali , Bengali-TR , Assamese , Punjabi , Gujarati , Odia , Tamil , Telugu , Kannada