ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବେଙ୍ଗାଲୁରୁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 02 JUL 2026 4:32PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବେଙ୍ଗାଲୁରୁର ପଥର ଖଣି ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। "ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି ବୋଲି ଶ୍ରୀ ମୋଦୀ କହିଛନ୍ତି। 

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି: 

କର୍ଣ୍ଣାଟକର ବେଙ୍ଗାଲୁରୁ ସହରାଞ୍ଚଳ ଜିଲ୍ଲାରେ ପଥର ଖଣିରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ମୁଁ ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ଗଭୀର ସମବେଦନା ଜଣାଉଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।’’

HS


(रिलीज़ आईडी: 2280590) आगंतुक पटल : 3
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Marathi , Assamese , Bengali , Gujarati , Tamil , Telugu , Kannada , Malayalam