ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ତାମିଲନାଡୁର ତିରୁଭାଲ୍ଲୁର ଜିଲ୍ଲାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 21 JUN 2026 10:08PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତାମିଲନାଡ଼ୁର ତିରୁଭାଲ୍ଲୁର ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ପ୍ରଧାନମନ୍ତ୍ରୀ ସେମାନଙ୍କ ପ୍ରତି ସମବେଦନା ଜ୍ଞାପନ କରିଛନ୍ତି।

ଶ୍ରୀ ମୋଦୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମଧ୍ୟ ପ୍ରାର୍ଥନା କରିଥିଲେ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି;

"ତାମିଲନାଡୁର ତିରୁଭାଲ୍ଲୁର ଜିଲ୍ଲାରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ଗଭୀର ଦୁଃଖିତ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି: ପ୍ରଧାନମନ୍ତ୍ରୀ @ନରେନ୍ଦ୍ର ମୋଦୀ "

HS


(रिलीज़ आईडी: 2281597) आगंतुक पटल : 10
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Manipuri , Bengali , Assamese , Punjabi , Gujarati , Tamil , Telugu , Kannada , Malayalam