ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମହାରାଷ୍ଟ୍ରର ସୋଲାପୁର ଗ୍ରାମାଞ୍ଚଳରେ ଏକ ଦୁଃଖଦ ଦୁର୍ଘଟଣାରେ ଯୋଗୁଁ ପ୍ରାଣହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ



ପ୍ରଧାନମନ୍ତ୍ରୀ ଅନୁକମ୍ପା ରାଶି ଘୋଷଣା କଲେ

प्रविष्टि तिथि: 14 JUN 2026 11:40PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସୋଲାପୁର ଗ୍ରାମାଞ୍ଚଳରେ ଏକ ଦୁଃଖଦ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି।

ଶ୍ରୀ ମୋଦୀ ଏହି ଦୁଃଖଦ ମୁହୂର୍ତ୍ତରେ ଶୋକସନ୍ତପ୍ତ ପରିବାର ପ୍ରତି ନିଜର ଭାବନା ପ୍ରକାଶ କରିଛନ୍ତି ଏବଂ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ଯେ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ୍)ରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ୍ସ ରେ ପୋଷ୍ଟ କରିଛି ;

"ମହାରାଷ୍ଟ୍ରର ସୋଲାପୁର ଗ୍ରାମାଞ୍ଚଳରେ ଏକ ଦୁଃଖଦ ଦୁର୍ଘଟଣା ଯୋଗୁଁ ପ୍ରାଣହାନି ପାଇଁ ଗଭୀର ମର୍ମାହତ। ଏହି ଦୁଃଖର ମୁହୂର୍ତ୍ତରେ ମୋର ସମବେଦନା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।"

ପ୍ରତ୍ୟେକ ମୃତକଙ୍କ ନିକଟତମ ପରିବାରକୁ ପ୍ରଧାନମନ୍ତ୍ରୀ ଜାତୀୟ ସହାୟତା ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ: ପ୍ରଧାନମନ୍ତ୍ରୀ @narendramodi”

 

****

SSP


 


(रिलीज़ आईडी: 2283135) आगंतुक पटल : 17
इस विज्ञप्ति को इन भाषाओं में पढ़ें: English , Urdu , हिन्दी , Manipuri , Bengali , Bengali-TR , Assamese , Punjabi , Gujarati , Tamil , Telugu , Kannada , Malayalam