ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

प्रविष्टि तिथि: 18 JUL 2026 7:13PM by PIB Bhubaneswar

ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି।

ଶ୍ରୀ ମୋଦୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:

ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଖବର ଶୁଣି ଅତ୍ୟନ୍ତ ଦୁଃଖିତ। ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି। ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ପ୍ରଦାନ କରାଯିବ : ପ୍ରଧାନମନ୍ତ୍ରୀ ଶୀ ନରେନ୍ଦ୍ର ମୋଦୀ ।

HS


(रिलीज़ आईडी: 2286683) आगंतुक पटल : 9
इस विज्ञप्ति को इन भाषाओं में पढ़ें: English , Urdu , Marathi , हिन्दी , Bengali , Bengali-TR , Manipuri , Assamese , Punjabi , Gujarati , Tamil , Telugu , Kannada , Malayalam