ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ଯୁବପିଢ଼ିଙ୍କ ଭବିଷ୍ୟତକୁ ସୁରକ୍ଷିତ ରଖିବା ପାଇଁ ପ୍ରଶ୍ନପତ୍ର ମାମଲାରେ ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ଘୋଷଣା କଲେ ପ୍ରଧାନମନ୍ତ୍ରୀ
प्रविष्टि तिथि:
23 JUL 2026 9:46AM by PIB Bhubaneswar
ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦୃଢ଼ ଭାବେ କହିଛନ୍ତି ।
ପ୍ରଧାନମନ୍ତ୍ରୀ କହିଛନ୍ତି, ପ୍ରଶ୍ନପତ୍ର ପ୍ରଘଟ ଘଟଣାଗୁଡ଼ିକରେ ସମ୍ପୃକ୍ତ ବ୍ୟକ୍ତିମାନଙ୍କୁ ଶୀଘ୍ର ଏବଂ କଠୋର ଦଣ୍ଡ ଦେବା ପାଇଁ ସରକାର ଫାଷ୍ଟ-ଟ୍ରାକ୍ କୋର୍ଟ ପ୍ରତିଷ୍ଠା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଏ ସମ୍ପର୍କରେ ଆବଶ୍ୟକ ପଦକ୍ଷେପ ନେବା ପାଇଁ ସମ୍ପୃକ୍ତ ଅଧିକାରୀ ଏବଂ ବିଭାଗଗୁଡ଼ିକୁ ସେ ନିର୍ଦ୍ଦେଶ ଜାରି କରିଥିବା ଶ୍ରୀ ମୋଦୀ ସୂଚନା ଦେଇଛନ୍ତି । ସେ ଆହୁରି ମଧ୍ୟ କହିଛନ୍ତି, ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
ଏକ କଡ଼ା ବାର୍ତ୍ତା ଦେଇ ପ୍ରଧାନମନ୍ତ୍ରୀ ସ୍ପଷ୍ଟ କରିଛନ୍ତି ଯେ ଦେଶର ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକଙ୍କ ବିରୁଦ୍ଧରେ କଠୋରତମ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ଏବଂ ସେମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ ।
ପ୍ରଧାନମନ୍ତ୍ରୀ ଏକ୍ସରେ ଗୋଟିଏ ପୋଷ୍ଟ ମାଧ୍ୟମରେ ସୂଚନା ଦେଇ କହିଛନ୍ତି:
‘‘ଦେଶର ଯୁବପିଢ଼ିଙ୍କ କଲ୍ୟାଣ ଏବଂ ସେମାନଙ୍କର ଉଜ୍ଜ୍ୱଳ ଭବିଷ୍ୟତ ସରକାରଙ୍କ ସର୍ବୋଚ୍ଚ ପ୍ରାଥମିକତା ।
ପ୍ରଶ୍ନପତ୍ର ପ୍ରଘଟ ମାମଲାରେ ଦୋଷୀମାନଙ୍କ ବିରୋଧରେ ତୁରନ୍ତ ଦଣ୍ଡାଦେଶ ଲାଗି, ମାମଲାଗୁଡ଼ିକର ତ୍ୱରିତ ସମାଧାନ ନିମନ୍ତେ ଫାଷ୍ଟ ଟ୍ରାକ୍ ଅଦାଲତ ଗଠନ କରାଯିବ । ଏ ସମ୍ପର୍କରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଲାଗି ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ।
ଛାତ୍ରଛାତ୍ରୀଙ୍କ ସ୍ୱାର୍ଥ ରକ୍ଷା ପାଇଁ ନିଆଯାଉଥିବା କଠୋର ପଦକ୍ଷେପ ଶୃଙ୍ଖଳାରେ ଏହି ନିଷ୍ପତ୍ତି ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ।
ଯୁବପିଢ଼ିଙ୍କ ଭବିଷ୍ୟତ ସହିତ ଖେଳୁଥିବା ଲୋକମାନଙ୍କୁ କୌଣସି ପରିସ୍ଥିତିରେ ଛଡ଼ାଯିବ ନାହିଁ।’’
***
PS/Swadhin/Manoj
(रिलीज़ आईडी: 2288194)
आगंतुक पटल : 12
इस विज्ञप्ति को इन भाषाओं में पढ़ें:
English
,
Urdu
,
Marathi
,
हिन्दी
,
Bengali
,
Manipuri
,
Assamese
,
Gujarati
,
Telugu
,
Kannada
,
Malayalam