ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ଥାନେରେ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

प्रविष्टि तिथि: 31 JUL 2026 1:08PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ଥାନେରେ ଏକ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଘଟଣା ବିଷୟରେ ଶୁଣି ସେ ମର୍ମାହତ ହୋଇଛନ୍ତି ଏହି ଦୁଃଖଦ ସମୟରେ ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ନିଜର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ

'ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି;

"ମହାରାଷ୍ଟ୍ରର ଥାନେରେ ଏକ କୋଠା ଭୁଶୁଡ଼ି ପ୍ରାଣ ହରାଇଥିବା ଖବର ଶୁଣି ଦୁଃଖିତ ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ "

HS


(रिलीज़ आईडी: 2292396) आगंतुक पटल : 3
इस विज्ञप्ति को इन भाषाओं में पढ़ें: Bengali , English , Urdu , Marathi , हिन्दी , Assamese , Manipuri , Gujarati , Kannada , Malayalam