ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିହାରର ଲଖିସରାଇରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପୀଡିତଙ୍କ ପାଇଁ ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 17 AUG 2026 3:11PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ଲଖିସରାଇରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଏକ୍ସରେ ଏକ ପୋଷ୍ଟରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ସେୟାର କରିଛି:

"ବିହାରର ଲଖିସରାଇରେ ଘଟିଥିବା ଦୁର୍ଭାଗ୍ୟଜନକ ଘଟଣାରେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ। ’’

HS


(ରିଲିଜ ଆଡି: 2300714) ପରିଦର୍ଶକ କାଉଣ୍ଟର : 34