ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୌଶାମ୍ବିରେ ବାଣ କାରଖାନା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 02 SEP 2026 10:57AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର କୌଶାମ୍ବିରେ ଏକ ବାଣ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।

ଶ୍ରୀ ମୋଦୀ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା ଏବଂ ଆହତଙ୍କ ପାଇଁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି;

ଉତ୍ତରପ୍ରଦେଶର କୌଶାମ୍ବିରେ ଏକ ବାଣ କାରଖାନାରେ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଘଟଣାରେ ଅତ୍ୟନ୍ତ ଦୁଃଖିତ। ଏହି ଦୁଃଖଦ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

HS


(ରିଲିଜ ଆଡି: 2305803) ପରିଦର୍ଶକ କାଉଣ୍ଟର : 21