ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

କୋଲକାତା ଅଗ୍ନିକାଣ୍ଡରେ ଜୀବନହାନିକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

ପୋଷ୍ଟ କରାଯିବା ଦିନାଙ୍କ: 03 SEP 2026 10:27AM by PIB Bhubaneswar

 

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଅଗ୍ନିକାଣ୍ଡରେ ଜୀବନହାନି ହୋଇଥିବାରୁ ଗଭୀର ଶୋକ ପ୍ରକାଶ କରିଛନ୍ତି।

 

ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଥିବା ସେ କହିଛନ୍ତି।

 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ‘ଏକ୍ସ’ରେ ପୋଷ୍ଟ କରିଛି:

 

“କୋଲକାତାରେ ଅଗ୍ନିକାଣ୍ଡ ଯୋଗୁଁ ଜୀବନହାନି ଘଟିଥିବା ଖବର ଶୁଣି ମୁଁ ଅତ୍ୟନ୍ତ ମର୍ମାହତ। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ମୋର ସମବେଦନା। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ। ପ୍ରଭାବିତ ଲୋକଙ୍କୁ ସ୍ଥାନୀୟ ପ୍ରଶାସନ ସହାୟତା କରୁଛି: ପ୍ରଧାନମନ୍ତ୍ରୀ @narendramodi”

 

*****

MT

 

 


(ରିଲିଜ ଆଡି: 2306193) ପରିଦର୍ଶକ କାଉଣ୍ଟର : 19