ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶର ଆଗର ମାଲୱା ଠାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ


ପିଏମଏନଆରଏଫରୁ ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 19 SEP 2026 4:16PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଆଗର ମାଲୱା ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।

ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।

ଶ୍ରୀ ମୋଦୀ 'ଏକ୍ସ ’ରେ ପୋଷ୍ଟ କରିଛନ୍ତି;

ମଧ୍ୟପ୍ରଦେଶର ଆଗର ମାଲୱାରେ ଘଟିଥିବା ଏହି ଦୁର୍ଘଟଣା ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଯେଉଁମାନେ ନିଜ ପ୍ରିୟଜନଙ୍କୁ ହରାଇଛନ୍ତି, ମୁଁ ସେମାନଙ୍କ ପ୍ରତି ସମବେଦନା ଜଣାଉଛି।

ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ।

HS


(ରିଲିଜ ଆଡି: 2312628) ପରିଦର୍ଶକ କାଉଣ୍ଟର : 2