ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
ନାନ୍ଦେଡ଼ ଦୁର୍ଘଟଣାରେ ଜୀବନହାନି ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ
ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ଫଣ୍ଡ୍ ରୁ ଅନୁକମ୍ପାମୂଳକ ସହାୟତାରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ
ପୋଷ୍ଟ କରାଯିବା ଦିନାଙ୍କ:
28 SEP 2026 10:49AM by PIB Bhubaneswar
ମହାରାଷ୍ଟ୍ରର ନାନ୍ଦେଡ୍ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣହାନି ଘଟଣାରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଃଖ ପ୍ରକାଶ କରିଛନ୍ତି।
ପ୍ରଧାନମନ୍ତ୍ରୀ ଏହି ଦୁଃଖଦ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଇବା ସହ ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି।
ଶ୍ରୀ ମୋଦୀ ଘୋଷଣା କରିଛନ୍ତି ଯେ, ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ୍ ପାଣ୍ଠି (ପିଏମ୍ଏନ୍ଆରଏଫ)ରୁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତାରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବ।
'ଏକ୍ସ' ରେ ଏକ ପୋଷ୍ଟ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ କହିଛି;
"ମହାରାଷ୍ଟ୍ରର ନାନ୍ଦେଡ୍ଠାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣହାନି ଘଟଣାରେ ମୁଁ ମର୍ମାହତ। ଏହି ଦୁଃଖଦ ସମୟରେ ମୋର ସମବେଦନା ଶୋକସନ୍ତପ୍ତ ପରିବାରବର୍ଗଙ୍କ ସହିତ ରହିଛି। ଆହତମାନଙ୍କର ଶୀଘ୍ର ଆରୋଗ୍ୟ କାମନା କରୁଛି।
ପିଏମ୍ଏନ୍ଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi"
*****
MT
(ରିଲିଜ ଆଡି: 2315752)
ପରିଦର୍ଶକ କାଉଣ୍ଟର : 10
ଏହି ରିଲିଜ ପଢନ୍ତୁ :
English
,
Urdu
,
Marathi
,
हिन्दी
,
Assamese
,
Bengali
,
Bengali-TR
,
Manipuri
,
Punjabi
,
Gujarati
,
Tamil
,
Telugu
,
Kannada
,
Malayalam