ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ବିହାରର ବୈଶାଳୀରେ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 14 OCT 2026 3:11PM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ବୈଶାଳୀ ଠାରେ ଏକ ଡଙ୍ଗା ଓଲଟିବା ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଏହି କଠିନ ସମୟରେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ପ୍ରଧାନମନ୍ତ୍ରୀ ନିଜର ସମବେଦନା ଜଣାଇଥିଲେ ଏବଂ ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଥିଲେ। ସେ ଏହା ମଧ୍ୟ କହିଛନ୍ତି ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରୁଛି।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ।

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ଏକ ଏକ୍ସ ପୋଷ୍ଟରେ କହିଛି;

"ବିହାରର ବୈଶାଳୀରେ ଡଙ୍ଗା ବୁଡିବା ଘଟଣାରେ ଜୀବନହାନି ଅତ୍ୟନ୍ତ ଯନ୍ତ୍ରଣାଦାୟକ। ଏହି କଠିନ ସମୟରେ ମୋର ଚିନ୍ତାଧାରା ଶୋକସନ୍ତପ୍ତ ପରିବାର ସହିତ ଅଛି। ସମସ୍ତ ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ମୁଁ ପ୍ରାର୍ଥନା କରୁଛି। ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସହାୟତା କରୁଛି।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi "

HS


(ରିଲିଜ ଆଡି: 2323211) ପରିଦର୍ଶକ କାଉଣ୍ଟର : 2