ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ
azadi ka amrit mahotsav

ମଧ୍ୟପ୍ରଦେଶର ଗ୍ୱାଲିୟରରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ


ଅନୁକମ୍ପା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ

ପୋଷ୍ଟ କରାଯିବା ଦିନାଙ୍କ: 18 OCT 2026 10:25AM by PIB Bhubaneswar

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଗ୍ୱାଲିୟରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। 

ପ୍ରଧାନମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। 

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠି (ପିଏମଏନଆରଏଫ) ରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ଘୋଷଣା କରିଥିଲେ। ଆହତମାନଙ୍କୁ ୫୦,୦୦୦ କରି ଟଙ୍କା ଦିଆଯିବ। 

ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଏକ୍ସ ରେ ପୋଷ୍ଟ ହୋଇଛି; 

"ମଧ୍ୟପ୍ରଦେଶର ଗ୍ୱାଲିୟରରେ ଏକ ଦୁର୍ଘଟଣା ଯୋଗୁଁ ଜୀବନହାନି ବିଷୟରେ ଜାଣି ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା। ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରୁଛି।

ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା କରି ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi "

HS

 

 


(ରିଲିଜ ଆଡି: 2324930) ପରିଦର୍ଶକ କାଉଣ୍ଟର : 10