ପୋଷ୍ଟ କରାଯିବା ଦିନାଙ୍କ:
04 NOV 2026 12:20PM by PIB Bhubaneswar
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଜସ୍ଥାନର ଝୁନଝୁନୁରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।
ପ୍ରଧାନମନ୍ତ୍ରୀ ପିଏମଏନଆରଏଫରୁ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା ଲେଖାଏଁ ଅନୁକମ୍ପା ରାଶି ଘୋଷଣା କରିଛନ୍ତି।
ପ୍ରଧାନମନ୍ତ୍ରୀ 'ଏକ୍ସ ’ ରେ ପୋଷ୍ଟ କରିଛନ୍ତି:
ରାଜସ୍ଥାନର ଝୁନଝୁନୁରେ ଏକ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ଘଟଣାରେ ଦୁଃଖିତ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ମୋର ସମବେଦନା। ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ।
ପ୍ରାଣ ହରାଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କ ନିକଟ ସମ୍ପର୍କୀୟଙ୍କୁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କାର ଅନୁକମ୍ପା ରାଶି ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଦିଆଯିବ: ପ୍ରଧାନମନ୍ତ୍ରୀ @narendramodi
HS